୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୯ ଜିଲ୍ଲା କୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଓଡ଼ିଶା ଉପକୁଳ ଉପରେ ଥିବା ଲଘୁଚାପ ୱେଲ ମାର୍କ ଲୋ ରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୯ ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ମାତ୍ର ବୃଦ୍ଧି ପାଇବ ସହ ଅଧିକାଂଶ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପକ୍ଷରେ ଜୁନ ପହିଲାରୁ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ମାତ୍ର ୮ ପ୍ରତିଶତ କମ ବର୍ଷା ରକର୍ଡ ହୋଇଛି ଯାହାକି ସ୍ବାଭାବିକ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ କହିଛନ୍ତି । ରାଜ୍ୟରେ ୪ ଟି ଜିଲା ବୌଦ୍ଧ, ମାଲକାନିଗିରି, ରାୟଗଡ଼ା,ଓ ଢେଙ୍କାନାଲରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ ୧୯ ଟି ଜିଲାରେ ସ୍ବାଭାବିକ ଓ ୭ ଟି ଜିଲାରେ ସ୍ବାଭାବିକ ଠାରୁ କମ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଲର ଲାଞ୍ଜିଗଡ଼ ଠାରେ ସର୍ବାଧିକ ୧୭୬ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

nis-ad
Leave A Reply

Your email address will not be published.