ରାଜ୍ୟରେ ଆଉ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୧ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ ପୁଲ୍ରୁ ୭୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୬୧୩୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୬୧୩୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୨୬୯୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୨୬୨ଜଣ ସକ୍ରିୟ ସକଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୨୯୫୪୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.