ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧରେ କାୟା ବିସ୍ତାର କରୁଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୦ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୩୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍ ରୁ ୭୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୯୭୧୭୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ କେଉଁ ଜିଲାର , ତାହା ଜଣାପଡ଼ିନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୭୧୭୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୩୧୬୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୮୨୫ ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୩୧୪୧୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.