ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଆଜି ବି ଦୈନିକ ସଂକ୍ରମଣ ସଂଖ୍ୟା ୧ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୧୪ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କଟକ ଜିଲ୍ଲାରୁ ୧୩୫ଜଣ, , ସୁନ୍ଦରଗଡ ଜିଲ୍ଲାରୁ ୧୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ପୁରୀ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରିରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସୋନପୁର ଜିଲ୍ଲାରୁ ୩୧ଜଣଷ୍ଟେଟ ପୁଲ୍ରୁ ୭୬ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୨୯୮୨୪୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୮୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୩୬୮ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ରହିଥିବାବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୩୨୩୩୩୬୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.