ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ 

ଭୁବନେଶ୍ୱର: ଲଗାତର ଦୁଇ ଦିନ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଏକ ହଜାର ଉପରେ ରହୁଥିଲା ବେଳେ ଆଜି ଏହା ଏକ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮୨ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୪ଜଣ, ଷ୍ଟେଟ ପୁଲ୍ ରୁ ୬୧ଜଣ ରହିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୯୯୧୧୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୯୧୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୪୨୩୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୬୯୬ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୩୫୩୦୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.