ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁରର ମୃତ୍ୟୁ 

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଟୁରିଆ ଗାଁରେ ବିଭତ୍ସ ହତ୍ୟାକାଣ୍ଡ । ବୋହୂର ଟାଙ୍ଗିଆ ଚୋଟରେ ଶ୍ୱଶୁରର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କୁଟୁରିଆ ଗାଁର ବେଣୁଧର ପ୍ରଧାନ । ବୋହୂ ଯଶୋଦା ପ୍ରଧାନ ଗୁରୁତର ହୋଇଛନ୍ତି ।ଯଶୋଦାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ତେବେ ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ,ଗତ କାଲି ରାତି ପ୍ରାୟ ୯ ଟା ସମୟରେ କୌଣସି କଥାକୁ ନେଇ ଶ୍ୱଶୁର ବେଣୁଧର ପ୍ରଧାନ ଓ ବଡ଼ ବୋହୂ ଯଶୋଦା ପ୍ରଧାନଙ୍କ ମଧ୍ୟରେ ବଚସା ହୋଇଥିଲା । ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରଥମେ ହାତାହାତି ଓ ପରେ ଟାଙ୍ଗିଆରେ ହଣା ହାଣି ହୋଇଥିଲେ । ଘଟଣା ସ୍ଥଳରେ ବେଣୁଧର ଟଳି ପଡ଼ିଥିଲେ । ସ୍ଥାନୀୟ ଲୋକମାନେ ଉଭୟଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ବେଣୁଧରଙ୍କୁ ମୃତ ଘୋଷଣା କରିଛନ୍ତି ଏବଂ ଯଶୋଦାଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

nis-ad
Leave A Reply

Your email address will not be published.