ଚିନ୍ତା ବଢ଼ାଇଲା ମଙ୍କିପକ୍ସ, ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

ଥିରୁବନ୍ତପୁରମ୍‌: ଚିନ୍ତା ବଢ଼ାଇଲା ‘ମଙ୍କିପକ୍ସ’ ଭାଇରସ। ଦେଶରେ ଚିହ୍ନଟ ହେଲେ ଦ୍ୱିତୀୟ ଆକ୍ରାନ୍ତି। କେରଳରୁ ପୁଣି ଆଉ ବ୍ୟକ୍ତି ମଙ୍କିପକ୍ସରେ ସଂକ୍ରମିତ ହୋଇଛନ୍ତି। ଏନେଇ କେରଳର ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ସୋମବାର ସୂଚନା ଦେଇଛନ୍ତି।
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କହିବା ମୁତାବକ, ଏହି ସଂକ୍ରମିତ ୩୧ ବର୍ଷୀୟ ବ୍ୟକ୍ତି ଜଣକ ଜୁଲାଇ ୧୩ରେ କେରଳରେ ପହଞ୍ଚିଥିଲ। କୁନ୍ନୁର ଏହି ବ୍ୟକ୍ତିଙ୍କର ପରିୟାରାମ ମେଡିକାଲ କଲେଜରେ ଚିକିତ୍ସା ଜାରି ରହିଛି। ତାଙ୍କ ଅବସ୍ଥା ସ୍ଥିର ରହିଛି। ଯେଉଁମାନେ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କ ଉପରେ କଡା ନଜର ରଖାଯାଇଛି।
ଗୁରୁବାର ଦେଶରେ ମଙ୍କିପକ୍ସର ପ୍ରଥମ ମାମଲା ସାମ୍ନାକୁ ଆସିଥିଲା। ଗତ ସପ୍ତାହରେ ଦୁବାଇରୁ ଫେରିଥିବା ୩୫ ବର୍ଷୀୟ ଜଣେ ବ୍ୟକ୍ତିଙ୍କ ଠାରେ ଲକ୍ଷଣ ଦେଖାଦେବା ପରେ ତାଙ୍କ ପରୀକ୍ଷା କରାଯାଇଥିଲା। ଏହାପରେ ସେ ମଙ୍କିପକ୍ସ ସଂକ୍ରମିତ ଥିବା ଜଣାପଡିଥିଲା। ଏହା ପରେ ଯାଞ୍ଚ ପାଇଁ କେନ୍ଦ୍ରୀୟ ଟିମକୁ ସେଠାକୁ ପଠାଯାଇଥିଲା। ପ୍ରଥମ ସଂକ୍ରମିତ ଜୁଲାଇ ୧୨ରେ ଦୁବାଇରୁ ଫେରିବା ପରେ ସଂକ୍ରମିତ ହୋଇଥିଲେ। ସେହିଭଳି ଆନ୍ଧ୍ରପ୍ରଦେଶ ବିଜୟୱାଡାର ଜଣେ ୨ ବର୍ଷୀୟ ଶିଶୁ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଥିଲା। ତେବେ ପୁଣେ ଲାବରେ ଟେଷ୍ଟିଂ ପରେ ସେ ସଂକ୍ରମିତ ନଥିବା ସ୍ପଷ୍ଟ ହୋଇଥିଲା।
କେରଳରୁ ମଙ୍କିପକ୍ସର ଦୁଇଟି ମାମଲା ସାମ୍ନାକୁ ଆସିବା ପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବିମାନ ବନ୍ଦରରେ ସୁରକ୍ଷା କଡାକଡି କରିବାକୁ ନିର୍ଦ୍ଦେଶ ଦେଇଛି। ବିଦେଶରୁ ଫେରୁଥିବା ଲୋକଙ୍କ ଯାଞ୍ଚ ଚାଲିଛି। କୁନ୍ନୁର ଏୟାରପୋର୍ଟରେ ସ୍ୱତନ୍ତ୍ର ସୁବିଧା ମଧ୍ୟ ଉପଲବ୍ଧ କରାଯାଇଛି।

nis-ad
Leave A Reply

Your email address will not be published.