ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଓ ସୁନ୍ଦରଗଡ଼।

ସେହିପରି, ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

nis-ad
Leave A Reply

Your email address will not be published.