ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍ ରୁ ୭୧ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୦୧୯୯୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି ।ଆଉ ୯୭୦୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।