ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

ପ୍ରବଳବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁର, ପୁରୀ ଓ ଗଞ୍ଜାମ । ଏହାକୁ ଦୃଷ୍ଟିରେ ରଖି ଏହି ୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ୨୨ ତାରିଖ ପାଇଁ ୧୩ ଜିଲ୍ଲାକୁ ୱେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ।

ସେହିପରି ୨୩ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୬ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ୭ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଉକ୍ତ ୭ ଜିଲ୍ଲାଗୁଡିକ ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ।

୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ – ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ।

୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।

nis-ad
Leave A Reply

Your email address will not be published.