ରାଜ୍ୟରେ ଆଉ ୧୧୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଏବେ ଦୈନିକ ସଂକ୍ରମଣ ସଂଖ୍ୟା ୧୨ ଶହ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୭୦ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୪ଜଣ, ଷ୍ଟେଟ୍ ପୁଲ୍ ରୁ ୭୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୦୩୧୯୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୩୧୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୮୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଆୁ ୭୦୯୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । । ଗତକାଲି ସୁଦ୍ଧା ରାଜ୍ୟରେ ୩୨୪୩୩୯୨୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.