ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ, ୨୩ରେ ଯିବେ ଦିଲ୍ଲୀ

ଭୁବନେଶ୍ୱର: ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ୨୫ ତାରିଖରେ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯାଇ ୨୬ ତାରିଖରେ ଫେରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ଏମ୍‌ପିମାନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି ।

nis-ad
Leave A Reply

Your email address will not be published.