ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: କ୍ରମାଗତ ଦୁଇ ଦିନ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହଜାର ତଳକୁ ଖସିଥିବାବେଳେ ଆଜି ପୁଣି ୧୨ଶହ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୬ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୮୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୧ଜଣ, ଷ୍ଟେଟ ପୁଲ୍ ରୁ ୪୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୦୯୦୮୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୯୦୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୯୨୮୮୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୦୧୧ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଚନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୫୫୮୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.