ଲାଞ୍ଚ ନେଲାବେଳେ ଧରାପଡିଲେ ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡା: ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଆଉ ମାତ୍ର ୩ ଦିନ ପରେ ଏହି ଜିଲ୍ଲା ଶିକ୍ଷା ଅଧିକାରୀ ଜଣକ ଅବସର ନେଇଥାଆନ୍ତେ ।

ସୂଚନା ଅନୁସାରେ, କେନ୍ଦ୍ରାପଡା ପଟ୍ଟମୁଣ୍ଡାଇ ନିମପୁର ସ୍କୁଲର ପିଅନ ସନ୍ତୋଷ କୁଣ୍ଡୁଙ୍କୁ ଡେରାବିଶ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବଦଳି କରିଦେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଲାଞ୍ଚ ନେଉଥିଲେ ।

ତିନିମୁହାଣି ଛକ ଏନଏଚ କଲୋନୀ ସ୍ଥିତ ଭଡା ଘରେ ଡିଇଓ ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ଏହି ସମୟରେ ଭିଜିଲାନ୍ସ ଚଝାଉ କରି ଲାଞ୍ଚ ଟଙ୍କା ସହ ତାଙ୍କୁ ଧରିଥିଲା । ଏହା ପରେ ଭିଜିଲାନ୍ସ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଭଡା ଘର ସମେତ କଟକ ସ୍ଥିତ ଘର, ବାଲେଶ୍ବର ସ୍ଥିତ ପୈତୃକ ଘରେ ଏକକାଳୀନ ଚଢାଉ କରୁଥିବା ଜଣାପଡିଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

nis-ad
Leave A Reply

Your email address will not be published.