ରତ୍ନ ଭଣ୍ଡାର ପ୍ରସଙ୍ଗ ନେଇ ଗୃହରେ ଉଦବେଗ

ଭୁବନେଶ୍ବର ୨୯।୭: ବିଧାନସଭାର ଶୂନ୍ୟକାଳରେ ଉଠିଲା ଅସୁରକ୍ଷିତ ରତ୍ନ ଭଣ୍ଡାର ପ୍ରସଙ୍ଗ । ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣାରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି । ରତ୍ନ ଭଣ୍ଡାର ସୁରକ୍ଷିତ ଅଛି କି ନାହିଁ ଏବଂ ବସାଯାଇ ଥିବା କମିଶନଙ୍କ ରିପୋର୍ଟରେ କଣ ତାକୁ ଗୃହରେ ଉପସ୍ଥାପନ କରାଯାଉନି ।

ତେଣୁ ଜସିଷ୍ଟ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ହାଉସରେ ଉପସ୍ଥାପନ କରିବାକୁ ବାଚସ୍ପତିଙ୍କ ରୁଲିଂ ଦାବି କଲେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ଏହା ସହିତ ସେ ଆହୁରି କହିଛନ୍ତି, ଗତ ୨୧ ବର୍ଷ ଧରି ରାଜ୍ୟ ସରକାର ୨୪ଟି କମିଶନ ବସାଇଛନ୍ତି । ଏ ବାବଦକୁ ରାଜ୍ୟ ରାଜକୋଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଛି । ମାତ୍ର ଆଜି ପର୍ଯ୍ୟନ୍ତ ୮ଟି କମିଶନଙ୍କ ରିପୋର୍ଟ ଦାଖଲ ହୋଇପାରିନି । କମିଶନଙ୍କ କାର୍ଯ୍ୟକାଳ ଶେଷ ହେଇଯାଉଛି ତଦନ୍ତ ଆଳରେ ଅବଧି ବଢିବାରେ ଲାଗିଛି । ଯାହାକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ।

nis-ad
Leave A Reply

Your email address will not be published.