ଆଜିଠୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୩୦/୦୭: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢେଙ୍କାନାଳ ଜିଲ୍ଲାର ଭୁବନଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ଶ୍ରୀ ପ୍ରଧାନ ଆସନ୍ତା ୩୧ ତାରିଖରେ ପ୍ରଥମେ ଭୁବନଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ ।

ନୀଳକଣ୍ଠପୁରଠାରେ ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ଢେଙ୍କାନାଳ ସହରରେ ଜନସାଧାରଣ ଓ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମକୁ ଶୁଣିବେ । ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଗଷ୍ଟ ୮ରେ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ କାର୍ଯ୍ୟକ୍ରମ ସ୍ଥଳୀଗୁଡ଼ିକ ପରିଦର୍ଶନ କରିବେ ।

nis-ad
Leave A Reply

Your email address will not be published.