ଓଡ଼ିଶାରେ ଆଉ ୯୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୪୪ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭୧ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍ ରୁ ୩୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୧୨୧୧୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୩୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୨୧୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୯୬୨୯୩ ଜଣ ସୁସ୍ଥ ହୋଇଛନ୍ତି । ଆୁ ୬୬୩୨ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୬୨୪୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.