ଦରବୃଦ୍ଧି ଓ ବେକାରୀ ସମସ୍ୟା କୁ ନେଇ ଅଗଷ୍ଟ ୫ରେ ଜେଲଭରୋ ଆନ୍ଦୋଳନ କରିବ କଂଗ୍ରେସ…

ବ୍ରହ୍ମପୁର : ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍‌ଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ଅଗଷ୍ଟ ୫ ତାରିଖ ଦିନ ୧୦ ଘଟିକା ସମୟରେ “ଆର. ଡ଼ି. ସି  “କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରିବା ସହିତ ଜେଲଭୋର ଆନ୍ଦୋଳନ  କରାଯିବ ବୋଲି ଗଞ୍ଜାମ ଜିଲ୍ଲା  କଂଗ୍ରେସ ତରଫରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆ ଯାଇଛି l  ବରିଷ୍ଠ କଂଗ୍ରେସ ନେତା କେନ୍ଦ୍ର ସରକାର କୁ ଆଙ୍ଗୁଠି ଉଠାଇ କହିଛନ୍ତି ଯେ ୨୦୧୪ ମସିହାରେ ନରେନ୍ଦ୍ର ମୋଦି ସରକାର ଭାରତବର୍ଷର ଜନସାଧାରଣଙ୍କୁ “ଅଛେଦିନ”ର ସ୍ୱପ୍ନ ଦେଖାଇଥିଲେ । କିନ୍ତୁ ଏହି ୮ବର୍ଷ ଭିତରେ “ଅଛେଦିନ” ପରିବର୍ତେ ଭାରତର ଜନସାଧାରଣର ଦୁର୍ବିସହ ଜୀବନ ବିତାଉଛନ୍ତି । ୨୦୧୪ ମସିହାରେ ୧୫.୨ କେଜି ଘରୋଇ ରନ୍ଧନ ଗ୍ୟାସର ଦାମ ଓଡ଼ିଶାରେ ୪୧୦ ଟଙ୍କା ଥିବାବେଳେ ଆଜି ଏହା ୧୦୮୦ ଟଙ୍କା ପାର ହୋଇ ସାରିଲାଣି । ପେଟ୍ରୋଲ, ଡିଜେଲର ଦାମ ୧୦୦ ଟଙ୍କାକୁ ଅତିକ୍ରମ କରିସାରିଛି । ଲୋକଙ୍କୁ ପେଟକୁ ଲାତମାରି କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲରୁ ୨୫ ଲକ୍ଷ ୫୦ ହଜାର କୋଟିରୁ ଅଧିକ ରାଜସ୍ୱ ଆୟ କରିସାରିଛନ୍ତି । ସେହିଭଳି ଭାବରେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ ଲଗାଇ ହଜାର ହଜାର କୋଟି ଟଙ୍କା ରାଜସ୍ୱ ଆୟ କରୁଛନ୍ତି । କିନ୍ତୁ ଜନସାଧାଣରଙ୍କୁ ଏଭଳି ମହଙ୍ଗାମାଡ଼ରୁ ରକ୍ଷା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୌଣସି ଠୋସ ପଦକ୍ଷେପ ନେଉନାହାନ୍ତି । ତରବରିଆ ଭାବରେ କେନ୍ଦ୍ର ସରକାର ଜିଏସଟି ଲାଗୁ କଲେ ଏବଂ ସ୍ୱପ୍ନ ଦେଖାଇଲେ ଜିଏସଟି ଦ୍ୱାରା ଜିନିଷପତ୍ରର ଦରଦାମ ବହୁ ମାତ୍ରାରେ କମିଯିବ, ଖାଉଟିମାନେ ଲାଭ ପାଇବେ । କିନ୍ତୁ ଶେଷରେ ଲୋକଙ୍କର ସର୍ବନିମ୍ନ ଆବଶ୍ୟକତା ଚୂଡ଼ା, ମୁଢ଼ି, ଗୁଡ଼, ଚାଉଳ, ଚୂନା, ପନିର, ଅଟା, ପେନସିଲ, କଟର ଖାତା ଇତ୍ୟାଦି ଉପରେ ମଧ୍ୟ ୫% ଜିଏସଟି ଲଗାଇବାକୁ ଭୂଲିଲେ ନାହିଁ ।ନରେନ୍ଦ୍ର ମୋଦି ମା’ ମାନଙ୍କ ଆଖିରୁ ଲୁହ ପୋଛିବାପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ଗ୍ୟାସର ଦରବୃଦ୍ଧି ଓ ନିତ୍ୟବ୍ୟବହାର୍ଯ୍ୟ ଖାଦ୍ୟ ପଦାର୍ଥର ଅହେତୁକ ଦରବୃଦ୍ଧି ଯୋଗୁଁ ମା ମାନେ ଚୁଲି ମୁଣ୍ଡରେ ଲୁହ ଗଡ଼ାଉଛନ୍ତି । ସବୁଠାରୁ ଦୁଃଖର କଥା ଯେତେବେଳେ ୫% ଜିଏସଟି ସାଧାରଣ ଖାଦ୍ୟପଦାର୍ଥ ଉପରେ ଲାଗୁ କରାଗଲା, ହେଲେ ଓଡ଼ିଶାର ଅର୍ଥମନ୍ତ୍ରୀ ଏ ବାବଦରେ ଥରୁଟିଏ ପ୍ରତିବାଦ କଲେ ନାହିଁ । ଓଡ଼ିଶାର ସାଧାରଣ ଲୋକଙ୍କର ମୂଢ଼ି, ଚୁଡ଼ା ନିତିଦିନିଆ ଖାଦ୍ୟ । ଏ ସରକାର କେନ୍ଦ୍ର ସରକାରଙ୍କୁ ଏଥିରେ ମଧ୍ୟ ଜିଏସଟି ଲାଗୁ କରିବାପାଇଁ ସହଯୋଗ କଲେ । ମୋଦି ସରକାର ପ୍ରତିବର୍ଷ ୨ କୋଟି ଚାକିରି ଦେବାରେ ପ୍ରତିଶ୍ରୁତି ଦେଇଥିଲା ୮ ବର୍ଷରେ ୧୬ କୋଟି ଚାକିରି ଦେବା ପରିବର୍ତେ ଆଜି ପାଂଖାପାଖି ୧୩ କୋଟିରୁ ଅଧିକ ଲୋକ ନିଜର ଚାକିରି ଓ ରୋଜଗାର ହରାଇଛନ୍ତି ।ସବୁଠାରୁ ବଡ଼ କଥା ହେଲା ୨୨ କୋଟି ଶିକ୍ଷିତ ଯୁବକଯୁବତୀ ଏହି ୮ବର୍ଷ ଭିିତରେ ସରକାରୀ ଚାକିରି ପାଇଁ ଆବେଦନ କରିଥିଲା ବେଳେ ମାତ୍ର ୭ଲକ୍ଷ ୨୨ ହଜାରଙ୍କୁ ନିଯୁକ୍ତି ମିଳିଛି । ଠିକ୍ ସେହିଭଳି ଭାବେ ରାଜ୍ୟ ସରକାର ମଧ୍ୟ ପ୍ରତିବର୍ଷ ୨ଲକ୍ଷ ରୋଜଗାର ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ମଞ୍ଜୁରୀପ୍ରାପ୍ତ ମୂଳ ପଦବୀର ୫୦% ହ୍ରାସକରି କେବଳ ଠିକା ନିଯୁକ୍ତି ଓ ସଂପର୍କୀୟ ମାନଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା କମ୍ପାନୀ ମାଧ୍ୟମରେ ଆଉଟସୋର୍ସିଂ କରି ଏ ରାଜ୍ୟର ଶିକ୍ଷିତ ଯୁବକଯୁବତୀଙ୍କ ସହିତ ପ୍ରତାରଣା କରୁଛି । କେନ୍ଦ୍ର ସରକାରରଙ୍କ ତୃଟିପୂର୍ଣ୍ଣ ଜିଏସଟି ନୀତି ଯୋଗୁ ଭାରତବର୍ଷର ଅଣସଂଗଠିତ କ୍ଷେତ୍ର ଆଜି ସଂପୂର୍ଣ୍ଣ ଉଜୁଡ଼ି ଗଲା । ଯଦ୍ୱରାକି ଭାରତବର୍ଷର ୪୨ କୋଟି ଲୋକ ରୋଜଗାର ହରାଇ ଗରିବି ଭିତରକୁ ଠେଲି ହୋଇଗଲେ । ପ୍ରତିରକ୍ଷାକୁ ଶକ୍ତିଶାଳି କରିବା ପରିବର୍ତେ ନରେନ୍ଦ୍ର ମୋଦି ସରକାର ଭାରତବର୍ଷ ମିଲିଟାଲିରେ ଅଗ୍ନିପଥ ଯୋଜନା ମାଧ୍ୟମରେ ଠିକା ନିଯୁକ୍ତି କରିବାପାଇଁ ନିଷ୍ପତି ନେଇଛନ୍ତି । ଏହାଦ୍ୱାରା ବହୁ ଶିକ୍ଷିତ ଯୁବକଯୁବତୀଙ୍କର ଭବିଷ୍ୟତ ଅନ୍ଧକାର ଆଡକୁ ଠେଲି ହୋଇଯିବ । ସେନାବାହିନୀରେ ସୌନିକ ସଂଖ୍ୟବି ବର୍ଷକୁ ବର୍ଷ ହ୍ରାସ ପାଇବରେ ଲାଗିବ ।ଏ ସବୁକୁ ନେଇ ଆସନ୍ତା ଅଗଷ୍ଟ ୫ ତାରିଖ ଗଞ୍ଜାମ ଜିଲ୍ଲା କଂଗ୍ରେସ ଆର. ଡ଼ି. ସି ଅଫିସ ଆଗରେ ଭିକ୍ଷଭ କରାଯିବା ସହ ଜେଲ ଭରୋ ଆନ୍ଦୋଳନ କରାଯିବ । ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ଲକ ର ଯୁବ ପିଢ଼ି, ନେତା, କର୍ମୀ ଏହି ଆନ୍ଦୋଳନ ରେ ଯୋଗ ଦେବା କୁ ନେଇ ବରିଷ୍ଠ କଂଗ୍ରେସ ନେତା ମହେଶ୍ୱର ପାତ୍ର ଆଶା ରଖିଛନ୍ତି ଏହି ଭିକ୍ଷବ କୁ  ସଫଳତା କରିବା ପାଇଁ ଜିଲ୍ଲାବାସୀ ଓ କଂଗ୍ରେସ ନେତୃବର୍ଗଙ୍କ ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ରଶ୍ମି ରଞ୍ଜନ ପଟ୍ଟନାୟକ  କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଟୁ ସମାଲୋଚନା କରିଥିଲେ । ଏହି ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟ ବାପୁଜୀ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଥିଲା ଏଥିରେ ବରିଷ୍ଠ କଂଗ୍ରେସ ନେତା ରଶ୍ମି ରଞ୍ଜନ ପଟ୍ଟନାୟକ, ପୀତବାସ ପଣ୍ଡା, ଏସ. ଦଣ୍ଡପାଣି, ମହେଶ୍ୱର ପାତ୍ର, ବିକାଶ ନାୟକ ଓ ଜିଲ୍ଲାର ବହୁ କର୍ମୀ, ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ ଯୋଗ ଦେଇଥିଲେ  

nis-ad
Leave A Reply

Your email address will not be published.