ରାଜ୍ୟରେ ଆଉ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ଦୈନିକ କରୋନା ସଂକ୍ରମଣ ସଂଖା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୯ ଜଣ, ବରଗଡ଼ରୁ ୩୦, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୧୦ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୮, ଖୋର୍ଦ୍ଧା ଜିଲ୍ଲାରୁ ୧୧୭, କୋରାପୁଟ ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜରୁ ୫୫ ଜଣ, ନବରଙ୍ଗପୁରରୁ ୩୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୬୨ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୪୨ ଜଣ ଓ ଷ୍ଟେଟପୁଲ ରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୩୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୭୩୦୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୧୯୩୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ୬୧୮୧ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୭୪୪୬୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.