ଖାଲିଥିବା ବିଭିନ୍ନ ପଦବି ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅଧିନ ବିଭିନ୍ନ କ୍ୟାଡରରେ ଖାଲିଥିବା ପଦବି ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ବନ୍ଧରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏହି ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ବିଭିନ୍ନ ସରକାରୀ ପଦବି ନିମନ୍ତେ କମିସନମାନଙ୍କ ମାଧ୍ୟମରେ ହେଉଥିବା ଚୟନ ଓ ନିଯୁକ୍ତି ପ୍ରକ୍ରିୟା ସମ୍ବନ୍ଧିତ ବିଷୟ ଆଲୋଚନା ଉପସ୍ଥାପନ କରିଥିଲେ।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ, କୋଭିଡ-ପରବର୍ତ୍ତୀ ସ୍ଥିତିରେ ରାଜ୍ୟ ସରକାର ବିଭିନ୍ନ ପଦବି ନିମନ୍ତେ ଦରଖାସ୍ତ ଓ ପରୀକ୍ଷା ଫି’ ଛାଡ଼ କରିଛନ୍ତି। ୨୦୨୧, ୨୦୨୨ ଏବଂ ୨୦୨୩ ଏହି ତିନି ବର୍ଷ ପାଇଁ ସରକାରୀ ଚାକିରି ପ୍ରବେଶ ବୟସ ସୀମା ମଧ୍ୟ ୩୨ରୁ ୩୮କୁ ବୃଦ୍ଧି କରିଛନ୍ତି। ତଦନୁଯାୟୀ ସଂରକ୍ଷିତ ଶ୍ରେଣୀ ଅନ୍ତର୍ଭୁକ୍ତ ବର୍ଗମାନଙ୍କ ପାଇଁ ମଧ୍ୟ ନିୟମ ଅନୁସାରେ ବୟସସୀମା କୋହଳ କରାଯାଇଛି।

nis-ad
Leave A Reply

Your email address will not be published.