ଜଗଦୀପ ଧନଖଡ଼ ଉପ-ରାଷ୍ଟ୍ରପତି ନିର୍ବାଚିତ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଦେଶର ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଛନ୍ତି। ଏନ୍‌ଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟ୍‌ରେ ପରାସ୍ତ କରିଛନ୍ତି।
ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ ହୋଇଥିଲା। ମୋଟ ୭୮୦ ଜଣ ସାଂସଦଙ୍କ ମଧ୍ୟରୁ ୭୨୫ ଜଣ ଭୋଟ୍ ଦେଇଥିଲେ। ଅର୍ଥାତ୍ ପ୍ରାୟ ୯୩% ସାଂସଦ ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ସନ୍ଧ୍ୟା ୬ଟା ବେଳେ ଭୋଟ୍ ଗଣତି ଆରମ୍ଭ ହୋଇଥିଲା। ଜଗଦୀପ ଧନଖଡ଼ଙ୍କୁ ୫୨୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଆଲଭାଙ୍କୁ ମାତ୍ର ୧୮୨ ଖଣ୍ଡ ଭୋଟ୍ ମିଳିଥିଲା। ୧୫ଟି ଭୋଟ୍‌ ନାକଚ ହୋଇଯାଇଥିବା ସୂଚନା ମିଳିଛି।
ତୃଣମୂଳ କଂଗ୍ରେସର ୩୪ ଜଣ ସାଂସଦ ଏହି ନିର୍ବାଚନରେ ସେମାନଙ୍କ ମତ ସାବ୍ୟସ୍ତ କରି ନାହାନ୍ତି। ଏ ନେଇ ପୂର୍ବରୁ ଦଳର ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଥିଲେ।

nis-ad
Leave A Reply

Your email address will not be published.