ଓଡ଼ିଶାରେ ଆଉ ୭୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଏକ ହଜାର ତଳେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୮୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୭ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେବଗଡ଼ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୮ଜଣ, ସମ୍ବଲପୁର ଜିଲ୍ଲାରୁ ୮୮ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲ୍ ରୁ ୨୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୮୮୭୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୩୮୨୩ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୮୫୧ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧି”ନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୩୨୭୮୬୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.