ରାଜ୍ୟରେ ଆଉ ୬୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: କ୍ରମାଗତ ଭାବେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଉଛି । ଆଜି ମଧ୍ୟ ଦୈନିକ ସଂକ୍ରମରଣ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲରୁ ୪୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୧୯୫୨୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୯ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୯୫୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୪୫୨୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୭୯୮ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୮୦୪୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.