ରାଜ୍ୟରେ ଆଉ ୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟା କମୁଛି ହେଲେ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୮ ଜଣ, ସମ୍ବଲପୁରରୁ ୩୯ ଜଣ,କଟକରୁ ୩୧ ଜଣ, କଳାହାଣ୍ଡିରୁ ୨୧ ଜଣ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୧୫ ଜଣ ଲେଖାଁଏ, ନୟାଗଡ଼ରୁ ୧୪ ଜଣ, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ଯାଜପୁର ଓ ରାୟଗଡ଼ା ଜିଲ୍ଳାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, କୋରାପୁଟରୁ ୫ ଜଣ,ବାଲେଶ୍ବର, ଦେବଗଡ଼, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୧୯୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ୮୦ ବର୍ଷ ବୟସ୍କ ପୁରୁଷ ଓ ଅନ୍ୟ ଜଣେ ସୁନ୍ଦରଗଡ଼ ଜିଲାର ଜଣେ ୪୫ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୫୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୦୦୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୫୨୬୧ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୫୪୯ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୮୧୯୬୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.