ରାଜ୍ୟରେ ଆଉ ୬୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଧିରେ ଧିରେ କମୁଛି । ଆଜି ବି ଦୈନିକ କରୋନା ସଂକ୍ରମଣ ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୩ଜଣ, ଷ୍ଟେଟ୍ ପୁଲ୍ରୁ ୨୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୦୬୬୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୦୬୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୬୨୪୯ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୨୧୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୮୩୭୭୬୬ ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.