ସୁନ୍ଦରଗଡ଼ରେ ୨୮୭ଟି ସ୍କୁଲର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ଯୋଡ଼ିପାରୁଛି ‘ଭର୍ଚୁଆଲ କ୍ଲାସ’

ସୁନ୍ଦରଗଡ଼: ଜଣେ ଶିକ୍ଷକ ଗୋଟିଏ ଶ୍ରେଣୀଗୃହରେ ରହି ହୁଏତ ୨୫ରୁ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥାନ୍ତି। କିନ୍ତୁ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଯେତେବେଳେ ସେହି ଶିକ୍ଷକଙ୍କୁ ଶତାଧିକ ସ୍କୁଲରେ ଥିବା ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଯୋଡ଼ି ଦିଆଯାଏ ସେ ଏକ ସମୟରେ ୫ରୁ ୧୦ ହଜାର ଛାତ୍ରଛାତ୍ରୀଙ୍କୁ ବି ପଢ଼ାଇ ପାରନ୍ତି। ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଚଲାଇଥିବା ‘ଭର୍ଚୁଆଲ କ୍ଲାସ’ ଏହାର ଏକ ଉଦାହରଣ।

୨୦୧୯ରେ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିର ବିନିଯୋଗ କରି ଏହି ‘ଭର୍ଚୁଆଲ କ୍ଲାସ’ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହା ଅଧୀନରେ ଭି-ସାଟ୍ ଲିଙ୍କ୍ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଥିବା ୭୦ଟି ସ୍କୁଲକୁ ଯୋଡ଼ା ଯାଇଥିଲା। ଆଜି ସେହି ସଂଖ୍ୟା ୨୮୭ଟି ସ୍କୁଲର ୫୭୨ଟି କ୍ଲାସରୁମକୁ ସଂପ୍ରସାରିତ ହୋଇପାରିଛି। ଏହା ଫଳରେ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ବିଶେଷ ଉପକୃତ ହେଉଛନ୍ତି।

nis-ad
Leave A Reply

Your email address will not be published.