ରାଜ୍ୟରେ ୧୦ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ, ୭୫ ହଜାର କୋଟିର ହେବ ନିବେଶ

ଭୁବନେଶ୍ବର: ରାଜ୍ୟରେ ପ୍ରାୟ ୭୪ ହଜାର ୬୨୦ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍ । ହାଇଲେଭଲ କ୍ଲିୟରାନ୍ସ କମିଟି ବୈଠକରେ ୧୦ଟି ପ୍ରକଳ୍ପକୁ ମଂଜୁରୀ ପରେ ଏନେଇ ସୂଚନା ମିଳିଛି । ଏହି ୧୦ଟି ପ୍ରକଳ୍ପରେ ନିଯୁକ୍ତି ସୁଯୋଗ ପାଇବେ ୨୪ ହଜାର ୦୪୭ ଜଣ । ରାୟଗଡ଼ା କାଶୀପୁରରେ ଆଲୁମିନା ରିଫାଇନାରୀ ପ୍ଲାଣ୍ଟ କରିବ ଆଦାନୀ ଗ୍ରୁପ୍ ।

ଆଲୁମିନା ଓ ସିପିପି ପ୍ଲାଣ୍ଟରେ ନିବେଶ ହେବ ୪୧ ହଜାର ୬୫୩ କୋଟି ଟଙ୍କା ବୋଲି ସୂଚନା ମିଳିଛି ।

ତେବେ ଉଭୟ ପ୍ଲାଣ୍ଟରେ ମୋଟ ୭୭୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି କୁହାଯାଇଛି । ସେହିଭଳି କଳିଙ୍ଗନଗରରେ ଷ୍ଟିଲ ଓ ସିପିପି ପ୍ଲାଣ୍ଟ କରିବ ଓଡ଼ିଶା ଆଲୟଜ୍ ଷ୍ଟିଲ୍ । ଉଭୟ ପ୍ଲାଣ୍ଟରେ ନିବେଶ ହେବ ୮ ହଜାର କୋଟି ଟଙ୍କା । ଆଉ ଏଥିରେ ୫ ହଜାର ଜଣ ନିଯୁକ୍ତି ପାଇବେ ।

nis-ad
Leave A Reply

Your email address will not be published.