ଆଜି ରାଜ୍ୟରେ ୫୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ଦୈନିକ ସଂକ୍ରମଣ ସଂଖ୍ୟା କମୁଛି । ଆଜି ମଧ୍ୟ ଦୈନିକ ସଂକ୍ରମଣ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ସେଥିମଧ୍ୟରେ ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୬୫ ଜଣ, ସମ୍ବଲପୁରରୁ ୪୪ ଜଣ, ବୌଦ୍ଧରୁ ୩୪ ଜଣ, ବଲାଙ୍ଗୀରରୁ ୨୮ ଜଣ, ମୟୂରଭଞ୍ଜରୁ ୨୧ ଜଣ, ବରଗଡ଼ରୁ ୧୯ ଜଣ, ନୟାଗଡ଼ରୁ ୧୭ ଜଣ,କଟକରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ସୋନପୁରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ଗଜପତି,ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୭ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୫ ଜଣ, ଦେବଗଡ଼, କନ୍ଧମାଳ ଓପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୧୬ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୧୧୯୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଭଦ୍ରକ ଜିଲାର ୮୦ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୫୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୧୯୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୭୩୦୪ ଜଣ ସୁସ୍ଥ ହୋଇଛନ୍ତି । ଆଉ ୪୬୮୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୮୫୭୩୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.