ଅଗଷ୍ଟ ୧୩ ତାରିଖରେ ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ବର୍ଷିବ

ଉତ୍ତର ବଙ୍ଗୋପସାଗରେ ଅଗଷ୍ଟ ୧୩ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ ତାରିଖରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି କୁହାଯାଇଛି।

ମୟୁରଭଞ୍ଜ, ବାଲେଶ୍ଵର, କେନ୍ଦୁଝର ଏବଂ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୧୨ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୨ ତାରିଖରେ ବର୍ଷା ନେଇ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ସମ୍ବଲପୁର ଏବଂ ବରଗଡ଼ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା ୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଏଥିଲାଗି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆସନ୍ତା ୧୪ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ସର୍ବାଧିକ ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନବରଙ୍ଗପୁର, କନ୍ଧମାଳ, ବରଗଡ଼, ସୋନପୁର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର ଏବଂ କଟକ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୧୫ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ୟେଲୋ ଓ୍ଵାର୍ଣ୍ଣିଂ ରହିଛି।

ଆସନ୍ତା ୧୬ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିବାକୁ ବିଭାଗ ସୂତ୍ରରୁ ପ୍ରକାଶ।

nis-ad
Leave A Reply

Your email address will not be published.