ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

କାଲିଠୁ ପୁଣି ବଢିବ ବର୍ଷାର ପରିମାଣ । ୧୩ ଓ ୧୪ ତାରିଖରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସ୍ଥିତି ଉପୁଜିପାରେ ।

୧୩ ତାରିଖରୁ ୧୫ ଯାଏ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହ ସର୍ବାଧିକ ୬୫ କିଲୋମିଟର ହୋଇପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲା ଟେନ୍ସାରେ ସର୍ବାଧିକ ୧୧୩.୪ ମିମି ବର୍ଷା ରେର୍କଡ କରାଯାଇଥିବା ବେଳେ ରାଜ୍ୟରେ ୬ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।

nis-ad
Leave A Reply

Your email address will not be published.