ଲଘୁଚାପ ସକ୍ରିୟ : ୧୪ ଜିଲ୍ଲାକୁ ଅରେଞ୍ଜ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଶନିବାର ୧୪ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିକରାଯାଇଥିବା ବେଳେ ଏହିସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ନୟାଗଡ,ଗଞ୍ଜାମ, ଗଜପତି ।

ସେହିଭଳି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିଭଳି ଆଗାମୀ ୧୨ ଘଣ୍ଟାରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ୧୪ ତାରଖ ଅର୍ଥାତ ଆସନ୍ତାକାଲି ଏହା ଅବପାତର ରୂପ ନେବ । ଆହୁରି ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି ।

nis-ad
Leave A Reply

Your email address will not be published.