ଭୁବନେଶ୍ୱର: ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୨୨୬୭୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୫ଜଣ, ଷ୍ଟେଟ ପୁଲ୍ ରୁ ୧୪ଜଣ ରହିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ରାୟଗଡ଼ା ଜିଲାର ୨୪ ବର୍ଷ ବୟସ୍କ ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୫୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୨୬୭୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୯୬୭୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୩୭୮୬ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୨୯୦୮୧୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।