ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ କଲେ ମିଶନ ଶକ୍ତିର ମା’ ମାନେ

ସ୍ୱାଧୀନତାର ୭୫ ବର୍ଷ ପାଳନ ଅବ୍ୟବହିତ ପୂର୍ବରୁ ଆଜି ରାଜ୍ୟ ର ବିଭିନ୍ନ ଅଂଚଳର ମିଶନ ଶକ୍ତିର ମା’ ମାନେ ନବୀନ ନିବାସ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କୁ ଭେଟି ସେମାନଙ୍କ ହାତ ତିଆରି ଜାତୀୟ ପତାକା ପ୍ରଦାନ କରିଥିଲେ l ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ପତାକା ଗ୍ରହଣ କରି ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ l

ଜାତୀୟ ପତଳା ତିଆରି ପରି ଏକ ମହାନ ଦାୟିତ୍ୱ ମିଶନ ଶକ୍ତି ମା ମାନଙ୍କୁ ଦେଇଥିବାରୁ ଏହା ସେମାନଙ୍କ ପାଇଁ ଗର୍ବ ର କଥା ବୋଲି କହିବା ସହ ଏହିପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇ ଥିଲେ l

ସୂଚନା ଯୋଗ୍ୟ ଯେ ସ୍ୱାଧୀନତା ର ପଚସ୍ତରୀ ବର୍ଷ ଉପଲକ୍ଷେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତି ଓ ମାଗଣାରେ ବଣ୍ଟନ ଦାୟିତ୍ୱ ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀ କୁ ଅର୍ପଣ କରିଛନ୍ତିl

nis-ad
Leave A Reply

Your email address will not be published.