ଜଗତସିଂହପୁର ଓ ପୁରୀକୁ ବେଶି ବିପଦ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତି ଦେଖା ଦେଇଛି। ବନ୍ୟାରେ ମହାନଦୀ ଅବବାହିକାରେ ଥିବା ଜିଲ୍ଲା ଗୁଡ଼ିକ ପ୍ରଭାବିତ ହେବ। ଜଗତସିଂହପୁର ଓ ପୁରୀ ଜିଲ୍ଲା ସମ୍ପୂର୍ଣ୍ଣ ପ୍ରଭାବିତ ହେବ। କେନ୍ଦ୍ରାପଡ଼ା ଜିଲ୍ଲାର ୩୦ରୁ ୪୦ ଭାଗ ପ୍ରଭାବିତ ହେବ। କଟକର ନିଶ୍ଚିନ୍ତକୋଇଲି, ଆଠଗଡ଼ ଓ ବାଙ୍କୀରେ ପ୍ରଭାବ ପଡ଼ିବ। 

ଆଜି ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ପ୍ରଦୀପ ଜେନା। ସେ କହିଛନ୍ତି, ନୟାଗଡ଼ର କଣ୍ଟିଲୋ, ଭାପୁର ଓ ବୌଦ୍ଧର ହରଭଙ୍ଗା ଜଳମଗ୍ନ ହେବ। ସୋନପୁର ଜିଲ୍ଲାର ବୀରମହାରାଜପୁର ଉପରେ ପ୍ରଭାବ ପଡ଼ିବ।

ଏସ୍‌ଆରସି ଆହୁରି କହିଛନ୍ତି, ବନ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳଙ୍କ ସହ କଥା ହୋଇଛି। ରାତିରେ ପାଟ୍ରୋଲିଂ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଗାଁ ଲୋକ ଓ ସ୍ଥାନୀୟ ଜନ ପ୍ରତିନିଧିଙ୍କ ସହଯୋଗ ଲୋଡ଼ାଯାଇଛି।

nis-ad
Leave A Reply

Your email address will not be published.