ବନ୍ୟା ପାଇଁ ବାତିଲ ହେଲା ସରକାରୀ କର୍ମଚାରୀଙ୍କ ଛୁଟି

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ବନ୍ୟା ପରିସ୍ଥିତି ଜଟିଳ ହେବାର ଲାଗିଛି । ଏହା ପାଇଁ ସଜାର ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏଥିପାଇଁ ଆଗାମୀ ୭ ଦିନ ପାଇଁ ସମସ୍ତ ସରକାରୀ କର୍ମଚାର ମାନଙ୍କର ଛୁଟି ବାତିଲ କରାଯାଇଛି । ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

ଖବର ଅନୁଯାୟୀ ରାଜ୍ୟରେ ଉପର ମୁଣ୍ଡ ଓତଳ ମୁଣ୍ଡରେ ବର୍ଷ ଯୋଗୁ ଜଳସ୍ତର ବୃଦ୍ଧି ପାଉଛି । ଆଗକୁ ପୁଣି ଏକ ଲଘୁଚାପ ରହିଛି । ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟରେ ବନ୍ୟା ସମୀକ୍ଷା କରିଛନ୍ତି । ଏହା ସହିତ ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ NDRF, ODRAF ଓ Fire Service Unit ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

nis-ad
Leave A Reply

Your email address will not be published.