ରାଜ୍ୟରେ ଆଉ ୨୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଶହ ମଧ୍ୟରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୧୫ ଜଣ ସ୍ଥାନୀୟ ସଂକ୍ରମିତ ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍ ରୁ ୧୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୨୩୫୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

nis-ad
Leave A Reply

Your email address will not be published.