ରାଜ୍ୟରେ ୪୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୦୨ ଜଣ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲ୍ ରୁ ୧୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୪୦୬୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଖୋର୍ଦ୍ଧା ଜିଲାର ଜଣେ ୭୨ ବର୍ଷ ବୟସ୍କା ମହିଳା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୬୦ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୦୬୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୧୯୪୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୯୦୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୩୨୯୬୯୪୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେହିପରି ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭, ଖୋର୍ଦ୍ଧାରୁ ୭୬, କଳାହାଣ୍ଡିରୁ ୩୭, ସମ୍ବଲପୁରରୁ ୩୬, ନୟାଗନରୁ ୨୪, ମୟୁରଭଞ୍ଜରୁ ୧୯, ନବରଙ୍ଗପୁରରୁ ୧୭, କଟକ ୧୪, ଯାଜପୁରରୁ ୧୪, କନ୍ଧମାଳ ୧୪, ବରଗଡ଼ରୁ ୧୨, ନୂଆପଡ଼ା ୧୨, କେନ୍ଦୁଝର ୧୧, ରାୟଗଡ଼ା ୧୧, ସୋନପୁର ୧୨, ବାଲେଶ୍ୱର ୧୧, ଦେବଗଡ଼ ୯, ଗଜପତି ୫, ଢେଙ୍କାନାଳ ୪, ଜଗତ୍‌ସିଂପୁରରୁ ୩, ଝାରସୁଗୁଡା ୩, କୋରାପୁଟ ୩, ଗଞ୍ଜାମ ୧, କେନ୍ଦ୍ରାପଡା ୧, ପୁରୀ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ରହିଛନ୍ତି।

nis-ad
Leave A Reply

Your email address will not be published.