ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ଶହ ତଳେ ରହିଛି। ଗତକାଲି ୪୮୨ ଜଣ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୪ ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୬୧ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରେ ୫୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟର ରେ ସୂଚନା ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ, ବରଗଡ଼ରୁ ୧୫, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ୮, କଟକରୁ ୧୦ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ , ଖୋର୍ଦ୍ଧା ଜିଲ୍ଲାରୁ ୮୫, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୩, ପୁରୀରୁ ୨ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୨୨ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୮୩ ଜଣ ଓ ଷ୍ଟେଟପୁଲ ରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୧୩, ୨୪, ୪୫୪ ଜଣ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ କେଉଁ ଜିଲାର ସେ ସମ୍ପର୍କରେ ବର୍ତମାନ ସୁଦ୍ଧା ସୂଚନା ଦିଆଯାଇନାହିଁ । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୬୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ଏପର୍ୟ୍ୟନ୍ତ ରାଜ୍ୟରେ ୧୩, ୨୪, ୪୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୨, ୪୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୭୯୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି।

nis-ad
Leave A Reply

Your email address will not be published.