ମଧ୍ୟାହ୍ନ ଭୋଜନ ଖାଇ ୫୦ ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ, ୬ ଗୁରୁତର

ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ୫୦ରୁ ଅଧିକ ଛାତ୍ରଛାତ୍ରୀ । ଏମାନଙ୍କ ମଧ୍ୟରୁ ୬ ଜଣକ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଏହି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ସୂଚନା ଅନୂଯାୟୀ, ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇବା ପରେ ସ୍କୁଲର ୫୩ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ ।

ସେମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ, ସେମାନଙ୍କ ମଧ୍ୟରୁ ୬ ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି ।

ସେପଟେ ପୋକ ପଡ଼ିଥିବା ସୋୟାବିନ୍ ଖାଇବା ଯୋଗୁଁ ପିଲାଙ୍କ ଦେହ ଅସୁସ୍ଥ ହୋଇପଡ଼ିଥିବା ନେଇ ଅଭିଯୋଗ କରିଛନ୍ତି ସ୍କୁଲ ଛାତ୍ରଛାତ୍ରୀ ।

nis-ad
Leave A Reply

Your email address will not be published.