୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ଦେବଗଡ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମୟୂରଭଞ୍ଜ, ଅନୁଗୁଳ, ନୂଆପଡା, କୋରାପୁଟ, ରାୟଗଡା ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ବନ୍ୟା ନେଇ ଏସଆରସି ପ୍ରେସମିଟ କରିଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସ୍ଥାଳଭାଗ ଅତିକ୍ରମ କରିଛି । ୭ଟାରୁ ୮ଟା ଭଇତରେ ଏହା ପଶ୍ଚିମବଙ୍ଗ ଦୀଘା ନିକଟରେ ସ୍ଥଳଭାବ ଅତିକ୍ରମ କରିଛି । ଏହାର ପ୍ରଭାବରେ ଉତ୍ତର ବାଲେଶ୍ୱରରେ ବର୍ଷା ଲାଗି ରହିଛି ।

nis-ad
Leave A Reply

Your email address will not be published.