ରାଜ୍ୟରେ ଆଉ ୨୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତ ଙ୍କ ସଂଖ୍ୟା ୧୩୨୫୦୬୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୭ଜଣ, ଷ୍ଟେଟ ପୁଲ୍ ରୁ ୧୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୩୩୬୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୪୮୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୦୨୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.