IT ଟାୱାର ପରିଦର୍ଶନ କଲେ 5T ସଚିବ, ଅକ୍ଟୋବର ସୁଦ୍ଧା ନିର୍ମାଣ ଶେଷ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ନୂତନ ବିଏମସି ବିଲ୍ଡିଂ ଏବଂ ଓ’ ହବ ପରିଦର୍ଶନ କରିଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5ଟି ସଚିବ ସତ୍ୟ ନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡ଼ିଂ ଓ ‘ଓ’ ହବ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉଭୟ ପ୍ରକଳ୍ପର ଅଗ୍ରଗତି ଓ ଧାର୍ଯ୍ୟ ସମୟରେ ନିର୍ମାଣ ସମାପ୍ତ କରିବା ନେଇ 5ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରଥମ ଥର ପାଇଁ ଓଡ଼ିଶାରେ ଡେଭଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବାକୁ ଆଇବିଏମ ଓ ଡିଲଏଟ ଭଳି ବହୁ ରାଷ୍ଟ୍ରୀୟ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି । ଏହି ଦୁଇଟି କମ୍ପାନୀ ଡେଭଲମ୍ପମେଣ୍ଟ ସେଣ୍ଟର ପ୍ରତିଷ୍ଠା କଲେ ବହୁ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ୨୦୨୨ ଅକ୍ଟୋବର ମଧ୍ୟଭାଗ ସୁଦ୍ଧା ଦୁଇଟି ଯାକ ସେଣ୍ଟର କାର୍ଯ୍ଯକ୍ଷମ କରିବାକୁ ଲକ୍ଷ ରଖାଯାଇଛି । ଏହାସହ ସେ ଭୁବନେଶ୍ବର ସ୍ମାର୍ଟସିଟି କମାଣ୍ଡ ଓ କଣ୍ଟ୍ରୋଲ ସେଣ୍ଟର କାର୍ଯ୍ଯର ଅଗ୍ରଗତି ନେଇ ସନ୍ତୋଷ ପ୍ରକାଶ କରିଛନ୍ତି । ଏଠାରେ ସାଧାରଣ ଲୋକଙ୍କ ପାଇଁ ମିଟିଂ ହଲ୍, କ୍ୟାଣ୍ଟିନ ଓ ପାର୍କିଂ ବ୍ୟବସ୍ଥା କରିବାକୁ ସେ ଗୁରୁତ୍ବ ଦେଇଛନ୍ତି । ଓ’ ହବ୍‌ରେ ଦ୍ବିତୀୟ ଟାୱାର ନିର୍ମାଣକୁ ସେ ପ୍ରାଧାନ୍ୟ ଦେଇଛନ୍ତି । ଉଭୟ କେନ୍ଦ୍ର ୨୦୨୨ ଅକ୍ଟୋବର ମଧ୍ୟ ଭାଗ ସୁଦ୍ଧା କାର୍ଯ୍ୟକ୍ଷମ ହେବାକୁ ଲକ୍ଷ୍ୟ ରଖାଯାଇଛି । ଯେଉଁଥିରେ ମିଟିଂ, କ୍ୟାଣ୍ଟିନ୍ ଏବଂ ପାର୍କିଂ ନିର୍ମାଣ ଉପରେ ଗୁରୁତ୍ବ ଦିଆଯାଇଛି ।

୫ଟି ସଚିବଙ୍କ ଏହି ଗସ୍ତ ସମୟରେ ସହ ଶିଳ୍ପ ସଚିବ ହେମନ୍ତ ଶର୍ମା, ବୈଶୟିକ ଓ ପ୍ରଯୁକ୍ତବିଦ୍ୟା ସଚିବ ମନୋଜ ମିଶ୍ର, ଭୁବନେଶ୍ବର ସ୍ମାର୍ଟସିଟି ଲିମିଟଚେଡର ଅଧ୍ୟକ୍ଷ ସଞ୍ଜୟ ସିଂ, ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଓ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.