ମନରେଗା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ମନରେଗା ଯୋଜନା ସମ୍ପର୍କରେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ନରେଗା ସଫ୍ଟରେ ଡ୍ରଲ , ୟୁଟି ଲାଇଜେସନ , ରିକ୍ୟୁପମେଣ୍ଟ ବ୍ୟବସ୍ଥା ପାଇଁ ଚିଠି । ଶ୍ରମିକଙ୍କୁ ଉଚିତ ସମୟରେ ପ୍ରାପ୍ୟ ଦେବାକୁ ସରକାର ଏକ ପାଣ୍ଠି କରିଛନ୍ତି । କେନ୍ଦ୍ର ଅନୁଦାନ ବିଳମ୍ବ ହେଲେ ରାଜ୍ୟ ଉକ୍ତ ପାଣ୍ଠିରୁ ଶ୍ରମିକଙ୍କୁ ମଜୁରୀ ଦିଏ ।

ନରେଗା ସଫ୍ଟରେ ଉକ୍ତ ବ୍ୟବସ୍ଥା ରଖିବାକୁ ରାଜ୍ୟ ଆଗରୁ କେନ୍ଦ୍ରକୁ କହିଛି । ପ୍ରଧାନମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠିରେ ନିବେଦନ କଲେ ନବୀନ ।
ନବୀନ ଚିଠିରେ ଦର୍ଶାଇଛନ୍ତି, କରୋନା ମହାମାରୀ ସମୟରେ ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଅଧିକ କାମଧନ୍ଦା ଯୋଗାଇବାକୁ କେନ୍ଦ୍ର ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଥିଲା । ରାଜ୍ୟଗୁଡ଼ିକ ଲୋକମାନଙ୍କୁ ଢେର ଅଧିକ କାମ ଯୋଗାଇବାରେ ସମର୍ଥ ହେଲେ । ମନରେଗା ଜବକାର୍ଡଧାରୀଙ୍କୁ ଠିକ୍ ସମୟରେ ମଜୁରୀ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ରିଭଲଭିଙ୍ଗ ଫଣ୍ଡ ଗଠନ କରି ୧ ହଜାର କୋଟିର ପାଣ୍ଠି ବରାଦ କରିଛନ୍ତି । ରାଜ୍ୟ ସରକାରଙ୍କ ଲକ୍ଷ୍ୟ ଏଇଆ ଯେ, ଏ ପାଣ୍ଠିରୁ ଶ୍ରମିକଙ୍କ ମଜୁରୀ ବାବଦ ଟଙ୍କା ପୈଠ କରାଯିବ । କେନ୍ଦ୍ର ସରକାର ନିଜସ୍ବ ଭାଗ ପାଣ୍ଠ ଦେଲେ ଏହା ଭରଣା ହେବ । ମାତ୍ର କେନ୍ଦ୍ର ସରକାର ଏ ବାବଦରେ ପାଣ୍ଠି ବିଳମ୍ବରେ ଦେଉଛନ୍ତି । ତେଣୁ ଏ ଦିଗରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି ।

nis-ad
Leave A Reply

Your email address will not be published.