ପଦ୍ମଶ୍ରୀ କମଳା ପୁଜାରୀଙ୍କୁ କଟକ ବଡ଼ମେଡିକାଲ୍ ସ୍ଥାନାନ୍ତର, ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ/ଜୟପୁର: ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୁଜାରୀଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ଆବଶ୍ୟକ ପଡୁଥିବାରୁ ଜିଲ୍ଲା ମୁଖ୍ୟ ଚିିକିତ୍ସାଳୟ ଡାକ୍ତରୀ ଟିମ୍ ଓ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି କ୍ରମେ ଏହି ପଦକ୍ଷେପ ନିଆଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଗତ କିଛିଦିନ ପୂର୍ବେ କମଳା ପୂଜାରୀଙ୍କୁ ଜ୍ଵର ଓ ଝାଡା ହେବା ସହିତ ଦୁର୍ବଳ ଅନୁଭବ ହେବାରୁ ତାଙ୍କୁ ଡାକ୍ତର ଖାନରେ ଭର୍ତ୍ତି କରା ଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଥିଲା ଏବଂ ପତଳା ଝାଡା ଓ ଜ୍ଵର କମିଯାଇଥିଲା ।

କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୟପୁର ଉପଜିଲ୍ଲପାଳ ବେଦବର ପ୍ରଧାନ ମଧ୍ୟ ଚିକିତ୍ସାଲୟକୁ ଯାଇ କମଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ସେ ସବୁ ସମସ୍ୟାରୁ ଉପଶମ ମିଳିଥିଲେ ବି ତାଙ୍କ ୟୁରିଆ କ୍ରିଏଟିନ ଅଧିକ ରହୁଥିବା ଯୋଗୁଁ ତାର ପରୀକ୍ଷା ଓ ସ୍ବତନ୍ତ୍ର ଚିକିତ୍ସା ପାଇଁ ତାଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି। ତେବେ ବିଗତ ଦିନରେ ତାଙ୍କ କିଡନୀରେ ସମସ୍ୟା ଦେଖାଯାଇଥିବା ବେଳେ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା ।

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୁଜାରୀଙ୍କୁ କଟକ ବଡ଼ମେଡିକାଲରେ ଭର୍ତ୍ତି କରାଯିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କମଳା ପୁଜାରୀଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟୁଇଟ୍‌ କରି ଲେଖିଛନ୍ତି ଯେ, ‘ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ମା’ କମଳା ପୂଜାରୀ ଅସୁସ୍ଥତା କାରଣରୁ କଟକ ବଡ଼ମେଡିକାଲ ସ୍ଥାନାନ୍ତରିତ ହୋଇଥିବା ବିଷୟରେ ଅବଗତ ହେଲି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।’

nis-ad
Leave A Reply

Your email address will not be published.