ରାଜ୍ୟରେ ଆଉ ୨୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍ ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩୨୫୭୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୯୦ ବଷିୟା ମହିଳା ରହିଥିବାବେଳେ ନବରଙ୍ଗପୁରର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୬୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।ଗତ କିଛି ମାସ ଧରି ମୃତ୍ୟୁ ସଂଖ୍ୟା ସ୍ଥିର ରହିଥିବାବେଳେ ଗତ କିଛି ଦିନ ଧରି ଧିରେ ଧିରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୭୬୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୪୩୪୯ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୧୯୭ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୩୦୬୭୨୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି । 

nis-ad
Leave A Reply

Your email address will not be published.