ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର: ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ତଥା ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ଆଜି ଅର୍ଦ୍ଧେନ୍ଦୁଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କଲେ ହାଇକୋର୍ଟ। ଟଙ୍କା ବକେୟା ମାମଲାରେ ଅର୍ଦ୍ଧେନ୍ଦୁଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

ସୂଚନା ଥାଉକି, ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ଚଳିତ ବର୍ଷ ଜୁନ୍ ୨୯ ତାରିଖ ରାତିରେ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରିବା ପରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ EOW।

ଦିଲ୍ଲୀର ଜଣେ ବ୍ୟବସାୟୀ ଗଗନଦୀପ ଚାୱଲାଙ୍କ ନିକଟରୁ ଅର୍ଦ୍ଧେନ୍ଦୁ ଦାସ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର  ଜିନିଷ କିଣିଥିଲେ। ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀଜଣକ EOW ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ଖୋଳତାଡ଼ କରି EOW ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଥିଲା।

ସେପଟେ ଅର୍ଦ୍ଧେନ୍ଦୁ ଦାସଙ୍କ ନାମରେ ବରଗଡ଼ ଥାନା, ମର୍କତନଗରୀ ଥାନା ଓ ପୁରୀଘାଟ ଥାନାରେ ଆଉ ୩ଟି ମାମଲା ରୁଜୁ ହୋଇଥିଲା। ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଘରଭଡ଼ା ବାବଦ ଦେୟ ଅର୍ଦ୍ଧେନ୍ଦୁ ଦାସ ଦେଇ ନ ଥିବା ନେଇ ଘରମାଲିକ ବରଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅର୍ଦ୍ଧେନ୍ଦୁଙ୍କ ଚ୍ୟାନେଲରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ଦରମା ପାଇ ନ ଥିବା ନେଇ ମର୍କତନଗରୀ ଥାନାରେ ଅଭିଯୋଗ କରିଥିଲେ। ଏହାବାଦ ପୁରୀଘାଟ ଥାନାରେ ଅର୍ଦ୍ଧେନ୍ଦୁ ଦାସଙ୍କ ନାଁରେ ଆଉ ଏକ ମାମଲା ରୁଜୁ ହୋଇଥିଲା।

nis-ad
Leave A Reply

Your email address will not be published.