୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୮୭ କୋଭିଡ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୮୪୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୭ ଜଣ, ଖୋର୍ଦ୍ଧାରୁ ୩୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଯାଜପୁର, ନବରଙ୍ଗପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାର ୬ ଜଣ ଲେଖାଁଏ, ବରଗଡ଼, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଁଏ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୮୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୬୮୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୯୩୭୫୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.