ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୦୫/୦୯: ରାଜ୍ୟରେ ଉପର ତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୬୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୬ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୧୪ ଜଣ, କଟକରୁ ୮ ଜଣ, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ସୋନପୁରରୁ ୫ ଜଣ, ବାଲେଶ୍ବର, ବରଗଡ଼, ଜଗତସିଂହପୁର , ଝାରସୁଗୁଡ଼ା, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଦେବଗଡ଼ , ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ବଲାଙ୍ଗୀର ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୭୬୮୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୪୫୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

nis-ad
Leave A Reply

Your email address will not be published.