ସୁନ୍ଦରଗଡ଼ ସଦର ମହକୁମାଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ

ସୁନ୍ଦରଗଡ଼, ୫ ଅଗଷ୍ଟ ୨୦୨୨: ସାଧାରଣ ଲୋକଙ୍କ ଆପତ୍ତି, ଅଭିଯୋଗ ଆଦି ଶୁଣି ଏହାର ଆଶୁ ସମାଧାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜନ ଅଭିଯୋଗ ଶୁଣାଣି କରାଯାଉଛି। ଏହି କ୍ରମରେ ସୋମବାର ଦିନ ସୁନ୍ଦରଗଡ଼ସ୍ଥିତ ସଦଭାବନା ଭବନଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ଏସପି ସାଗରିକା ନାଥ ଉପସ୍ଥିତ ରହି ବିଭିନ୍ନ ବ୍ଲକରୁ ଆସିଥିବା ଲୋକମାନଙ୍କର ଅଭିଯୋଗ ଶୁଣାଣି କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୋଟ ୧୨୭ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ଜନଶୁଣାଣି ବେଳେ ୨୧ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ବିଚାରକରି ଆଶୁ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଅଭିଯୋଗ ଭିତରେ ଶିକ୍ଷା, ସ୍ୱାସ୍ଥ୍ୟ, ଅଙ୍ଗନବାଡ଼ି କେନ୍ଦ୍ର, ଆଲୋକୀକରଣ, ରାସ୍ତା ନିର୍ମାଣ, ଡ୍ରେନ ଓ ପୋଲ ନିର୍ମାଣ ଆଦି ରହିଛି।

ସୁନ୍ଦରଗଡ଼ ଜିଲ୍ଲାର କେତେକ ହିତାଧିକାରୀ ଅଧିକ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଲାଗି ପ୍ରଶାସନ ନିକଟରେ ଆବେଦନ କରିଥିଲେ। ସେଥିମଧ୍ୟରୁ ୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଏବଂ ୫ ଜଣଙ୍କୁ ରେଡକ୍ରସ ସୋସାଇଟିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ ଡିଏଫଓ ପ୍ରଦୀପ ମିରାସେ, ରାଉରକେଲା ଡିଏଫଓ ଯଶୋବନ୍ତ ସେଠୀ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଓ ଅଭିମନ୍ୟୁ ବେହେରା, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଉପଜିଲ୍ଲାପାଳ ଦାଶରଥି ସରାବୁ, ପିଡି ଡୁଡା ତଥା ଡିଏମଏଫ ସିଇଓ ରୀତା ଡାଙ୍ଗ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ, ଡେପୁଟି କଲେକ୍ଟର (ଜରୁରିକାଳୀନ) କୁନ୍ତୀରାଣୀ ନାଏକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ବିଶ୍ୱରଂଜନ ହୋତା
ସୁନ୍ଦରଗଡ଼

nis-ad
Leave A Reply

Your email address will not be published.