ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ; ରାଜ୍ୟବାସୀଙ୍କୁ ସମର୍ପିତ କଲେ ସମ୍ମାନ

ଭୁବନେଶ୍ଜର: ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ ହୋଇ ଦିଲ୍ଲୀରୁ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ପାଇଁ ବିଜେଡି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ବିଭିନ୍ନ ନିର୍ବଚନା ମଣ୍ଡଳରୁ ହଜାର ହଜାର କର୍ମୀ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଦଳୀୟ ନେତାମାନେ ସ୍ବାଗତ କରିବାକୁ ବିମାନ ବନ୍ଦରରେ ଉପସ୍ଥିତ ଥିଲେ । ପାରମ୍ପରିକ ନୃତ୍ୟ, ଗୀତ ଓ ବାଦ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ଆଣିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ଯେ, “ଏ ପୁରସ୍କାର ମୋର ନୁହେଁ, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କର”। ୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କ ପ୍ରଚାର ପାଇଁ ଯେଉଁ ବସର ବ୍ୟବସ୍ଥା କରାଯାଇଥିଲା ସେହି ବସରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦରରୁ ନବୀନ ନିବାସ ଅଭିମୁଖେ ବାହାରିଥିଲେ ନବୀନ । ମଝିରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ମଧ୍ୟ କରିଥିଲେ । ବିମାନବନ୍ଦରରୁ ବାହାରିବା ସମୟରେ ଲୋକଙ୍କୁ ଅଭିବାଦନ ଜଣାଇ ରାଜ୍ୟବାସୀଙ୍କୁ ତାଙ୍କ ସମ୍ମାନ ସମର୍ପିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ନେଇ ସଭିଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା । ବିମାନ ବନ୍ଦରରୁ ନବୀନ ନିବାସ ଯାଏ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ଏଥିପାଇଁ ରାଜଧାନୀରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ । ସୂଚନା ଯୋଗ୍ୟ, ସେପ୍ଟେମ୍ବର ୪ ତାରିଖରେ ସ୍ବେଚ୍ଛାସେବୀ ସଂଗଠନ ” କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକଙ୍କୁ “ଜୀବନବ୍ୟାପୀ ସାଧନା ପୁରସ୍କାର” (Lifetime Achievement Award) ସମ୍ମାନରେ ସମ୍ମାନିତ ହୋଇଛନ୍ତି । ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣା ଏହି ସମ୍ମାନ ପ୍ରଦାନ କରିଥିଲେ ।

nis-ad
Leave A Reply

Your email address will not be published.